ପରିକ୍ରମା ପ୍ରକଳ୍ପର ଦିବ୍ୟ ଅନୁଭୂତି ସାଉଁଟିବେ ସାରା ରାଜ୍ୟର ଭକ୍ତ । ଆଜିଠୁ ବିଭିନ୍ନ ଜିଲ୍ଲାରୁ ଭକ୍ତମାନଙ୍କୁ ବସରେ ପୁରୀ ଅଣାଯିବ । ସମସ୍ତ ବସ୍ ଆସି ସଙ୍ଗମ ପାର୍କିଂରେ ଲାଗିବ । ସେଠାରୁ ଭକ୍ତମାନଙ୍କୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡର୍ ବସ୍ ଯୋଗେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲିଗ୍ରିମ ସେଣ୍ଟର ପର୍ଯ୍ୟନ୍ତ ନିଆଯିବ । ସେଠାରୁ ଶ୍ରୀଦାଣ୍ଡ ଦେଇ ଭକ୍ତମାନେ ଶ୍ରୀମନ୍ଦିର ଯିବେ । ଏହା ସହ ପରିକ୍ରମା ପ୍ରକଳ୍ପରେ ପ୍ରଦକ୍ଷିଣ କରିବେ । ଶ୍ରଦ୍ଧାଳୁଙ୍କ ରହଣୀ, ଖାଦ୍ୟ, ପାନୀୟ ଆଦି ପାଇଁ ବ୍ୟବସ୍ଥା କରାଯାଇଛି । ଆଜି ୫ ଜିଲ୍ଲାରୁ ୧୦ ହଜାର ଭକ୍ତ ଆସିବେ । ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, କଟକ ଓ କେନ୍ଦ୍ରାପଡ଼ାରୁ ଭକ୍ତ ପୁରୀ ଆସିବେ । ଆସନ୍ତା ଫେବ୍ରୁଆରୀ ୨୨ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ପାଖାପାଖି ୧୦ ହଜାର ଶ୍ରଦ୍ଧାଳୁଙ୍କୁ ପୁରୀ ଅଣାଯିବ । ଆଜି ପ୍ରଥମ ଦିନରେ ୫୦୦ଟି ବସ୍ ରେ ଭକ୍ତ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖିବେ ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ