The Topmost

“The eyes believe themselves, the ears believe other people.”

ଆଜିଠୁ ଭୁବନେଶ୍ବରରୁ ଦୁବାଇକୁ ସିଧାସଳଖ ବିମାନ

ଏଣିକି ଓଡ଼ିଶାରୁ ସିଧାସଳଖ ବିଦେଶକୁ ଯିବେ ଯାତ୍ରୀ । ଆଜିଠୁ ଭୁବନେଶ୍ବରରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ । ବିମାନ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦିନରେ ରାଜ୍ୟ ସରକାରଙ୍କ ୭୦ ଜଣିଆ ଟିମ ସହ ମୋଟ ୧୭୦ଜଣ ଯାତ୍ରୀ ଯାତ୍ରା କରିବେ । ଯାତ୍ରୀମାନଙ୍କ ମଧ୍ୟରେ ମିଶନ ଶକ୍ତି ସଦସ୍ୟା, ଛାତ୍ରଛାତ୍ରୀ ଓ କ୍ରୀଡାବିତଙ୍କ ସମେତ କର୍ମଜୀବୀ ରହିଛନ୍ତି । ଇଣ୍ଡିଗୋ ଏୟାରଲାଇନ୍ସ ୧୮୦ ସିଟ ବିଶିଷ୍ଟ ୩୨୦ ଏୟାରବସ ସପ୍ତାହରେ ତିନି ଦିନ ସୋମବାର, ବୁଧବାର ଓ ଶୁକ୍ରବାର ଦୁବାଇକୁ ସିଧାସଳଖ ସେବା ଯୋଗାଇବ । ତେବେ ଦୁବାଇକୁ ଯିବାଆସିବା ଦର ରହିଛି ୨୦ ହଜାର ଟଙ୍କା । ଦୁବାଇ ସହିତ ସିଧାସଳଖ ସଂଯୋଗ, ସବୁଠୁ ବଡ ବିମାନ ଚଳାଚଳ ହବ ମଧ୍ୟରୁ ଅନ୍ୟତମ । ଏହାଦ୍ବାରା ବିଶ୍ବକୁ ସିଧାସଳଖ ଗେଟଓ୍ବେ ଖୋଲିବା ସହ ରାଜ୍ୟରେ ଆଇଟି, ଉତ୍ପାଦନ ଓ ପର୍ଯ୍ୟଟନର ବିକାଶ ଘଟିବ। ତେବେ କେବଳ ଓଡିଶା ପାଇଁ ନୁହେଁ ବିଦେଶରୁ ଓଡ଼ିଶାକୁ ଆସୁଥିବା ଯାତ୍ରୀମଧ୍ୟ ଏହାଦ୍ବାରା ସୁବିଧା ପାଇବେ ।