February 11, 2026

ଆଜିଠୁ ମିଳିବ +୨ ଆଡମିଟ୍ କାର୍ଡ

ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆଜିଠାରୁ ୱେବସାଇଟରେ ଉପଲବ୍ଧ ହେବ ଆଡମିଟ୍ କାର୍ଡ। ଜାନୁଆରୀ ୨ରେ ପ୍ରାକ୍ଟିକାଲ ଏବଂ ଫେବ୍ରୃଆରୀ ୧୬ରୁ ଥିଓରି ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଭିନ୍ନ କେନ୍ଦ୍ରକୁ ପଠାଯିବ ପ୍ରଶ୍ନପତ୍ର। ଉଭୟ ରେଗୁଲାର ଏବଂ ଏକ୍ସରେଗୁଲାର ପରୀକ୍ଷାର୍ଥୀ କଲେଜ ଯାଇ ଆଜିଠୁ ଆଡମିଟ୍ କାର୍ଡ ଆଣିବେ। ସାମ୍ସ ୱେବସାଇଟ www.samsodisha.gov.inକୁ ଯାଇ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ କଲେଜ କର୍ତ୍ତୃପକ୍ଷ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ କଲେଜକୁ ଅବଗତ କରାଇଛି। ଆଡମିଟ୍ କାର୍ଡ ଡାଉନଲୋଡ ପରେ ପ୍ରଥମେ ସମସ୍ତ ତଥ୍ୟକୁ ଠିକ ଅଛି କି ନାହିଁ ଯାଞ୍ଚ କରିବା ପରେ ଦସ୍ତଖତ କରି ପରୀକ୍ଷାର୍ଥୀମାନଙ୍କୁ ପ୍ରଦାନ କରିବେ।

SHARE BY