ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ । ଏଥିପାଇଁ ୧୦୪ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ଖାତା ଦେଖାରେ ସାମିଲ ହେବେ ୧୫ ହଜାର ଅଧ୍ୟାପକ, ଅଧ୍ୟାପିକା । ପ୍ରଥମ ପର୍ଯ୍ୟାୟରେ ଅନଲାଇନରେ ମୂଲ୍ୟାୟନ ହେବ । ଏଥିରେ ପ୍ରାୟ ୩ ହଜାର ଓ ଅଫଲାଇନରେ ୫ ହଜାର ମୂଲ୍ୟାୟନକାରୀ ନିୟୋଜିତ ହେବେ । ବିଜ୍ଞାନ ଓ ଗଣିତ ବିଭାଗର ବିଷୟଗୁଡିକର ଇ-ମୂଲ୍ୟାୟନ ଲାଗି ୩୯ଟି କେନ୍ଦ୍ର କରାଯାଇଛି । ମାନୁଆଲ ମୂଲ୍ୟାୟନ ହେବାକୁ ଥିବା କଳା ଓ ଧନ୍ଦମୂଳକ ବିଷୟଗୁଡିକରେ ୬୫ଟି କେନ୍ଦ୍ର ହୋଇଛି । ଅନଲାଇନ୍ ମୂଲ୍ୟାୟନ ଚଳିତମାସ ୨୨ ତାରିଖ ଯାଏଁ ଚାଲିବାକୁ ଥିବା ବେଳେ ଅଫଲାଇନ ମୂଲ୍ୟାୟନ ୨୧ ଯାଏ ଚାଲିବ ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍