ଏଣିକି ଦେଢ ଘଣ୍ଟାରେ ରାଉରକେଲାରୁ ଯାଇହେବ କୋଲକତା । ରାଜ୍ୟ ସରକାରଙ୍କ ସହଯୋଗରେ ଆଜିଠୁ ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା । ଅପରାହ୍ନ ସାଢେ ୩ଟା ସମୟରେ ରାଉରକେଲା ଵିମାନ ବନ୍ଦରରୁ କୋଲକାତା ଵିମାନ ଚଳାଚଳ ଆରମ୍ଭ ହେଵ । ସପ୍ତାହରେ ୩ ଦିନ ମଙ୍ଗଳବାର, ଗୁରୁବାର, ଶନିବାର ବିମାନ ସେବା ମିଳିବ । ଆଲାଏନ୍ସ ଏୟାର ବିମାନସେବା ଯୋଗାଇଦେବ । ଏହାଦ୍ବାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟରେ ରାଉରକେଲାରୁ କୋଲକତା ଯାତ୍ରା କରି ପାରିବେ । ରାଜ୍ୟ ସରକାର ଭାୟାବିଲିଟି ଗ୍ୟାପ ଫଣ୍ଡିଙ୍ଗ ଜରିଆରେ ଯୋଗାଇ ଦେଇଛନ୍ତି ବିମାନ ସେବା । ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରାଯାଇଛି । ରାଉରକେଲାରୁ କୋଲକାତା ଵିମାନ ସେଵା ପାଇଁ ପ୍ରାରମ୍ଭିକ ବିମାନ ଦେୟ ୧ ହଜାର ୯୯୯ ଟଙ୍କା ରହିଛି । ଏହାଦ୍ବାର ସହରର ବ୍ୟବସାୟୀ ଅଧିକ ଉପକୃତ ହେବେ ବୋଲି କହିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା