The Topmost

“The eyes believe themselves, the ears believe other people.”

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ..

ଆଜିଠାରୁ ଆସନ୍ତା ୪ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏନେଇ ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି କଳାହାଣ୍ଡି, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ତେବେ ଆସନ୍ତାକାଲି ଲଘୁଚାପର ପ୍ରଭାବ ବଢ଼ିବା ସହ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ୧୨ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।