୨୪ ଘଣ୍ଟାରେ ଲଘୁଚାପର ରୂପନେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପ୍ରଭାବରେ ଆଜିଠୁ ୧୯ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ପାଇଁ ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଏହି ସମୟରେ ୧୨୦ରୁ ୨୦୫ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେପଟେ ଏବେ ବି ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ ନିମ୍ନଚାପରେଖା । ସ୍ବାଭାବିକ ଅବସ୍ଥାନରୁ ଉତ୍ତରରେ ହିମାଳୟ ପାଦଦେଶରେ ରହିଛି ମୌସୁମୀ । ଫଳରେ ରାଜ୍ୟରେ ତାତି ବଢିବା ସହ ଅସହ୍ୟ ଗୁଳୁଗୁଳି ଜାରି ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା