ଆଜିଠୁ ରାଜ୍ୟରେ ବଢିପାରେ ବର୍ଷା ପରିମାଣ । ଗତକାଲି କିଛି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହୋଇଥିଲା । ଆଜିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ ପଶ୍ଚିମ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି ମୌସୁମୀ ନିମ୍ନ ଚାପରେଖା । ପ୍ରଭାବରେ ଆଜି ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ଏଥିପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୮ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨ ଦିନ ସାରା ରାଜ୍ୟରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବ । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବ । କାଲିଠୁ ଅତି ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।
More Stories
ସବୁ ସ୍କୁଲରେ ଖୋଲିବ ଶିଶୁ ବାଟିକା
ଭିତିରିଆ ଚାଲିଥିଲା ପାର୍ଟ ରେଜିଷ୍ଟ୍ରେସନ, ସମ୍ପୃକ୍ତ ଥିଲେ ମହିଳା କର୍ମଚାରୀ
4 ଡିଗ୍ରି ଶୀତରେ ଥରୁଛି ସାରା କନ୍ଧମାଳ