ଆଜିଠୁ ରାମଲାଲାଙ୍କ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ମନ୍ଦିରରେ ରାମଲାଲାଙ୍କୁ ଦର୍ଶନ କରିବା ପାଇଁ ପ୍ରବଳ ଭିଡ଼ ଜମିଛି । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସହ ୫ଶହ ବର୍ଷର ଅପେକ୍ଷା ଅନ୍ତ ହୋଇଛି । ଅସ୍ଥାୟୀ ଟେଣ୍ଟରୁ ଭବ୍ୟ ମନ୍ଦିରକୁ ଫେରିବା ପରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଆଜିଠୁ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ମହାପ୍ରଭୁ ଶ୍ରୀରାମଙ୍କ ଦିବ୍ୟ ରୂପକୁ ଦେଖି, ବିଭୋର ହେଉଛନ୍ତି ଭକ୍ତ । ସକାଳ ୭ଟାରୁ ଦିନ ସାଢ଼େ ୧୧ଟା ଏବଂ ଏହାପରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ପାଇଁ ଖୋଲା ରହିବ ମନ୍ଦିର । ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଦିନରେ ରାମଲାଲାଙ୍କୁ ଦର୍ଶନ କରି ଆର୍ଶୀର୍ବାଦ ନେବାକୁ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି । ଭୋର ୩ଟାରୁ ମନ୍ଦିର ବାହାରେ ଭକ୍ତଙ୍କ ଭିଡ଼ ଜମିରହିଥିବା ବେଳେ ୭ଟାରୁ ଆରମ୍ଭ ହୋଇଛି ସାଧାରଣ ଦର୍ଶନ । ସକାଳ ୬ଟା ୩୦ରେ ଶୃଙ୍ଗାର ଆଳତି ସମ୍ପନ୍ନ ହୋଇଥିବା ବେଳେ ଅପରାହ୍ନ ୧୨ଟାରେ ଭୋଗ ଆଳତି ଓ ସନ୍ଧ୍ୟା ସାଢ଼େ ୭ଟାରେ ସନ୍ଧ୍ୟା ଆଳତି ସମ୍ପନ୍ନ ହେବ ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ