ଆଡ଼ପ ବିଜେ ପରେ ଜନ୍ମବେଦିରେ ପୂଜା ପାଉଛନ୍ତି ଚତୁର୍ଦ୍ଧା ମୂରତି । ଆଜି ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ସକାଳୁ ଦ୍ବାରଫିଟା ଯିବା ପରେ ଭିତର ଶୋଧ, ମଙ୍ଗଳ ଆଳତୀ, ମଇଲମ, ଅବକାଶ ନୀତି କରାଯାଇ ଦୈନନ୍ଦିନ ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପରେ ଗୋପାଳ ବହ୍ଲବ ପୂଜା, ସକାଳ ଧୂପ ଓ ଭୋଗ ମଣ୍ଡପ ନୀତି ହେବା ସହ ଯାତ୍ରାଙ୍ଗୀ ମହାସ୍ନାନ ଆଦି ନୀତି କରାଯାଇ ରାତ୍ରୀରେ ବଡ଼ ସିଂହାର ବେଶ ଓ ଭୋଗ ଅନୁଷ୍ଠିତ ହେବ । ଗତ ଦୁଇବର୍ଷ ଧରି ଭକ୍ତ ଏହି ଦର୍ଶନରୁ ବଞ୍ଚିତ ଥିଲେ । ଏଥର ଅଧିକ ଭକ୍ତଙ୍କ ସମାଗମ ହେବା ଆଶଙ୍କା ଥିବାରୁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ