ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏକ ମାସ ମା’ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ ମାସକ ପର୍ଯ୍ୟନ୍ତ ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି । ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢ଼େଇ ନଦା, ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଭଳି ଖାଦ୍ୟ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ କରି ଲାଗି କରାଯାଇଛି । ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଓ ଅବକାଶ ନୀତି ବଢିବା ପରେ ପହିଲି ଭୋଗ ଲାଗି କରାଯାଏ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା