ଓଡ଼ିଶା ମାଟିର ତଥା ଓଡ଼ିଆ ଜାତିର ସ୍ବାଭିମାନ ମଧୁବାବୁ । ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୫ତମ ଜୟନ୍ତୀ । ଓଡ଼ିଆ ଜାତୀୟତାର ପ୍ରମୁଖ ମନ୍ତ୍ରଦାତା ମଧୁବାବୁ । ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ୨୮ ଏପ୍ରିଲ ୧୮୪୮ ମସିହାରେ କଟକ ଜିଲ୍ଲା ସାଲେପୁର ସତ୍ୟଭାମାପୁର ଗାଁରେ ଜନ୍ମଗ୍ରହଣ କରିଥିଲେ ମଧୁସୁଦନ । ସେଥିଲେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରା ଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟାରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଆ ଭାଷାର ପରିଚୟ ସହ ଏକ ଭାଷାଭିତ୍ତିକ ରାଜ୍ୟ ଗଠନର ସେ ଥିଲେ ମୁଖ୍ୟ ପୁରୋଧା । ଆଜି ସେହି ମହାନ ଆତ୍ମା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା