ଆଜି ଉପରାଷ୍ଟ୍ରପତି ନିର୍ବାଚନ । ସଂସଦର ସଦସ୍ୟମାନେ ଭୋଟ୍ଦେଇ ଦେଶର ପରବର୍ତ୍ତୀ ଉପରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିବେ । ତେବେ ଆଜି ହିଁ ଏହି ନିର୍ବାଚନର ଫଳାଫଳ ଘୋଷଣା ହେବ । ଏନ୍ଡିଏ ପ୍ରାର୍ଥୀ ତଥା ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଏବଂ ବିରୋଧୀ ଦଳ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ହେଉଛି । ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ପୂର୍ବାହ୍ନ ୧୦ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ ହେବ । ଏହାପରେ ତୁରନ୍ତ ବାଲଟ୍ ଗଣତି ହେବ । ଏଥର ଇଲେକ୍ଟୋରାଲ କଲେଜ ସଦସ୍ୟଙ୍କ ସଂଖ୍ୟା ୭୮୮ ରହିଛି । ଏଥିମଧ୍ୟରୁ ରାଜ୍ୟସଭାର ୨୩୩ ନିର୍ବାଚିତ ଓ ୧୨ ମନୋନୀତ ସଦସ୍ୟ ଥିବାବେଳେ ଲୋକସଭାର ୫୪୩ ନିର୍ବାଚିତ ସଦସ୍ୟ ଅଛନ୍ତି । ବିଳମ୍ବିତ ସନ୍ଧ୍ୟାରେ ନିର୍ବାଚନ ଅଧିକାରୀ ପରବର୍ତ୍ତୀ ଉପରାଷ୍ଟ୍ରପତିଙ୍କ ନାମ ଘୋଷଣା କରିବେ।
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ