ଆଜି ବନ୍ଦେ ଭାରତ ପରୀକ୍ଷାମୂଳକ ଯାତ୍ରା ହେବ । ଏହି ଟ୍ରେନ୍ ହାୱଡ଼ା ଷ୍ଟେସନରୁ ସକାଳ ୬ଟା୧୦ ମିନିଟରୁ ବାହିରିଛି । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ପହଞ୍ଚିବ । ୨ ମିନିଟର ରହଣୀ ପରେ ପୁରୀ ବାହାରିବ । ଦିନ ୧୨ଟା ୩୫ରେ ପୁରୀ ପହଞ୍ଚିବ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରେ କିଛି ସମୟ ରହିବା ପରେ ଅପରାହ୍ନ ୧ଟା ୫୦ରେ ହାୱଡା ଅଭିମୁଖେ ବାହାରିବ । ରାତି ୮ଟା ୩୦ରେ ଏହି ଟ୍ରେନ ହାୱଡା ପହଞ୍ଚିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି । ଏହି ପରୀକ୍ଷାମୂଳକ ଯାତ୍ରା ସଫଳ ହେଲାପରେ ଆସନ୍ତା ମେ’ ମାସ ଦ୍ୱିତୀୟ ସପ୍ତାହରୁ ଜନସାଧାରଣଙ୍କ ପାଇଁ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ପରୀକ୍ଷାମୂଳକ ଭାବେ ଏହି ଟ୍ରେନ ଗଡିବାର ଉଦ୍ଦେଶ୍ୟ ହେଉଛି ଟ୍ରେନକୁ ସୁରୁଖୁରୁରେ ପରିଚାଳନାକୁ ସୁନିଶ୍ଚିତ କରିବା ଏବଂ ଟ୍ରେନ ଦ୍ୱାରା ଦିଆଯାଉଥିବା ସମସ୍ତ ସୁବିଧା ଏବଂ ଅସୁବିଧା ବାବଦରେ ଅବଗତ ହେବା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା