ଆଜି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ । ରାଜଧାନୀରେ ଏକ ସାଧାରଣ ସଭାକୁ ସମ୍ବୋଧିନ କରିବେ ଖଡଗେ । ଯାହାକୁ କଂଗ୍ରେସ ‘ଓଡ଼ିଶା ବଞ୍ଚାଅ ସମାବେଶ’ ନାମରେ ନାମିତ କରିଛି । ୨୦୨୨ରେ କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଖଡଗେଙ୍କର ଏହା ହେଉଛି ପ୍ରଥମ ଓଡ଼ିଶା ଗସ୍ତ । ଆଗକୁ ରାଜ୍ୟରେ ବିଧାନସଭା ସହିତ ଲୋକସଭା ନିର୍ବାଚନ । ଏହାପୂର୍ବରୁ ଖଡଗେଙ୍କ ଗସ୍ତ କଂଗ୍ରେସ ଶିବିରରେ ଉତ୍ସାହ ଭରିବ ବୋଲି ଆଶା କରାଯାଉଛି । ସମାବେଶକୁ ସଫଳ କରିବା ପାଇଁ ରାଜ୍ୟର କୋଣ ଅନୁକୋଣରୁ ପ୍ରାୟ ୫୦ହଜାର ନେତା, କର୍ମୀଙ୍କୁ ସାମିଲ କରିବାକୁ କଂଗ୍ରେସ ପ୍ରସ୍ତୁତି ଚଳାଇଛି । ସେପଟେ ଏନେଇ ରାଜଧାନୀରେ ପୋଷ୍ଟର ବ୍ୟାନରରେ ଛାଇ ଯାଇଛି । ଲୋୟର ପିଏମଜିରେ ମଧ୍ୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ବିଧାୟକ ତାରା ବାହିନୀ ପତି ଓ ସନ୍ତୋଷ ସିଂ ସାଲୁଜା ।
“The eyes believe themselves, the ears believe other people.”
More Stories
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର
ସବୁଠୁ ବଡ ସମସ୍ୟା ମହିଳାଙ୍କ ସୁରକ୍ଷା- ସୁପ୍ରିୟା ଶ୍ରୀନେତ