କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ଓଡ଼ିଶାରେ ଜାରି ରହିଛି । ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ଏହି ଯାତ୍ରା ଗତକାଲି ଝାରସୁଗଡାରେ ପହଞ୍ଚିଲା । କାର୍ଯ୍ୟକ୍ରମରେ ଓଡ଼ିଶା କଂଗ୍ରେସର ତୁଙ୍ଗ ନେତାମାନ ଯୋଗଦେଇଛନ୍ତି । ଆଜି ସକାଳ ୮ଟାରେ ଝାରସୁଗୁଡା ପୁରୁଣା ବସଷ୍ଟାଣ୍ଡରୁ ଏହି ଯାତ୍ରା ପୁଣି ଆରମ୍ଭ ହୋଇଛି । ପ୍ରାୟ ଦୁଇ କିଲୋମିଟର ଯିବା ପରେ ବେହେରାମାଳ କିଷାନ ଛକରେ ଯାତ୍ରା ଶେଷ ହେବ । କିଷାନ ଛକରେ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ରାହୁଲ ଗାନ୍ଧୀ । ଏହାପରେ ୪୯ ନମ୍ବର ଜାତୀୟ ରାଜପଥ ଦେଇ ଲିଖନପୁର ବ୍ଲକ ଗୋବିନ୍ଦପୁରରେ ପଞ୍ଚି ସେଠାରେ ବିଶ୍ରାମ ନେବେ । ତେବେ ରାହୁଲ ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜବାବ ଦେବାକୁ ଦିଲ୍ଲୀ ଯିବେ । ସେଥିପାଇଁ ଝାରସୁଗୁଡାରେ କାର୍ଯ୍ୟକ୍ରମ ଶୀଘ୍ର ସରିଯିବ ବୋଲି ସୂଚନା ମିଳିଛି । ତେବେ ୨୦୧୯ ନିର୍ବାଚନ ପରେ ପ୍ରଥମ ଥର ପାଇଁ ଓଡିଶା ଆସିଥିବା ରାହୁଲ ଗାନ୍ଧୀ ସିଧାସଳଖ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି