The Topmost

“The eyes believe themselves, the ears believe other people.”

ଆଜି କୃଷିଭିତିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା

ଆଜି ପବିତ୍ର ଅକ୍ଷୟ ତୃତୀୟା । ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । କୃଷକମାନେ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାକୁ ପାଳିଥାନ୍ତି । ଚାଷୀମାନେ କ୍ଷେତରେ ମୁଠାମୁଠା ବିହନ ବୁଣିଥାନ୍ତି, ଯାହାକୁ ଅଖିମୁଠି କହିଥାନ୍ତି । ଆଉ ଆଜିଠାରୁ ଚାଷ କାମ ଆରମ୍ଭ ହୋଇଥାଏ । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ଅନୁକୂଳ ହେବ । ବିଧି ଅନୁସାରେ, ଶ୍ରୀନଅର ରଥଖଳାରେ ତିନୋଟି ଧଉରା କାଠକୁ ପୂର୍ବରୁ ଶାସ୍ତ୍ରୀୟ ବ୍ରାହ୍ମଣମାନେ ବନଯାଗ ବିଧିରେ ପୂଜାର୍ଚ୍ଚନା କରିବେ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୂଙ୍କର ରଥ ନିର୍ମାଣ ପାଇଁ ଆଜ୍ଞାମାନ ଏକ ବିରାଟ ପଟୁଆରରେ ବିଜେ କରିବ । ପୂଜାପଣ୍ଡା ସାମନ୍ତ ମହାପ୍ରଭୁଙ୍କ ତିନୋଟି ଆଜ୍ଞାମାଳକୁ ଧଉରା କାଠ ଉପରେ ରଖିବେ । ସେପଟେ ଚନ୍ଦନ ଠାକୁରମାନେ ବାହାର ଚନ୍ଦନଯାତ୍ରା ପାଇଁ ବିମାନ ବିଜେ କରି ବଡ଼ଦାଣ୍ଡକୁ ଆସିବେ । ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୂଳ ପରେ ରଥନିର୍ମାଣର ବିଧି ଆରମ୍ଭ ହେବ ।