ଆଜି ଗିରଫ ହୋଇପାରନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏନେଇ ଟ୍ୱିଟ୍ କରି ଆଶଙ୍କା ପ୍ରକାଶ କରିଛନ୍ତି ଆପ୍ ନେତା ଓ ମନ୍ତ୍ରୀ । ମନ୍ତ୍ରୀ ଅତିଶୀ ଓ ଆପ୍ ନେତା ସୌରଭ ଭରଦ୍ୱାଜ ସୋସିଆଲ ମିଡିଆରେ ଏନେଇ ପୋଷ୍ଟ କରିଛନ୍ତି । ଏବଂ ଲେଖିଛନ୍ତି ଯେ ଆଜି ସକାଳେ କେଜ୍ରିୱାଲଙ୍କ ଘରକୁ ଯାଇପାରେ ଇଡି । ଏହା ସହ ତାଙ୍କୁ ଗିରଫ କରିବା ନେଇ ସେମାନେ ଆଶଙ୍କା ପ୍ରକାଶ କରିଛନ୍ତି । ଦିଲ୍ଲୀ ମଦ ନୀତି ସ୍କାମ ମାମଲାରେ ତାଙ୍କୁ ତିନି ଥର ସମନ କରାଯାଇଛି । ହେଲେ ବାରମ୍ବାର ସମନ ସତ୍ତ୍ବେ ବି ହାଜର ହୋଇନାହାନ୍ତି କେଜ୍ରିୱାଲ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ