ଆଜି ଚନ୍ଦ୍ରର ଆହୁରି ନିକଟତର ହେବ ଚନ୍ଦ୍ରଯାନ-୩ । ଦିନ ୧୧ଟାରୁ ସାଢେ ୧୨ଟା ମଧ୍ୟରେ ଚତୁର୍ଥ କକ୍ଷପଥ ପରିବର୍ତ୍ତନ କରିବ ଚନ୍ଦ୍ରଯାନ-୩ । ଏହାପରେ ଚନ୍ଦ୍ରଠୁ ଦୂରତା ଆହୁରି ହ୍ରାସ ପାଇବ । ଆସନ୍ତା ୧୬ ତାରିଖରେ ପଞ୍ଚମ କକ୍ଷପଥ ପରିବର୍ତ୍ତନ କରାଯିବ । ୧୭ ଅଗଷ୍ଟରେ ପ୍ରପଲସନ ଓ ଲ୍ୟାଣ୍ଡର ମଡ୍ୟୁଲ ଅଲଗା ହେବେ । ୧୮ ଅଗଷ୍ଟରେ ଲ୍ୟାଣ୍ଡର ମଡ୍ୟୁଲ କକ୍ଷର ଉଚ୍ଚତା ହ୍ରାସ କରାଯିବ । ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ଅଗଷ୍ଟରେ ଦକ୍ଷିଣ ମେରୁରେ ଅବସ୍ଥାପିତ କରାଯିବ । ସେପଟେ ଲ୍ୟାଣ୍ଡିଂ ପାଇଁ ଏବେ ଏବଂ ଭବିଷ୍ୟତ ପାଇଁ ଟ୍ରାଫିକ ସିଷ୍ଟମ ବିକଶିତ କରିବାକୁ ଯୋଜନା କରିଛି ଇସ୍ରୋ । ଏବେ ଚନ୍ଦ୍ରଯାନ ତୃତୀୟ କକ୍ଷରେ ଘୂରି ଫଟୋ ପଠାଉଛି ।
“The eyes believe themselves, the ears believe other people.”
More Stories
ବିଶ୍ବ ସ୍ତରରେ ଭାରତକୁ ପ୍ରତିନିଧିତ୍ବ କଲେ ମ୍ୟାଡାମ୍ ପ୍ରେସିଡେଣ୍ଟ
କେବେ ହେବ ଅସ୍ତ୍ର ବିରତି ଚୁକ୍ତି, ଟ୍ରମ୍ପଙ୍କ ଭବିଷ୍ୟବାଣୀ
ଡାଇବେଟିସ୍ ପାଇଁ ଅବ୍ୟର୍ଥ ଔଷଧ ହେଉଛି ପଣଷ