ଆଜି ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି । ଗତ ଜାନୁଆରୀ ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା