ବହୁ ଚର୍ଚ୍ଚିତ ହନିଟ୍ରାପ କୁଇନ୍ ଅର୍ଚ୍ଚନା ନାଗ ଜେଲରୁ ବାହାରିବେ । ଗତକାଲି ତାଙ୍କୁ ହାଇକୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି । ତେଣୁ ସେ ଆଜି ଜେଲରୁ ବାହାରିବେ ବୋଲି ସୂଚନା ରହିଛି । ଏପ୍ରିଲ ୧୧ରେ ନୟାପଲ୍ଲୀ ଥାନା ଅର୍ଚ୍ଚନାଙ୍କୁ ହାଇକୋର୍ଟ ଜାମିନ ମଞ୍ଜୁର କରିଥିଲେ । ସେହିପରି ଅଗଷ୍ଟ ୨ରେ ଖଣ୍ଡଗିରି ଥାନା ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନରେ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ । ଅନ୍ୟପକ୍ଷରେ ଇଡି ମାମଲାରେ ଛନ୍ଦି ହୋଇ ଜେଲରେ ଥିଲେ । କିନ୍ତୁ ଗତକାଲି ହାଇକୋର୍ଟ ତାଙ୍କୁ ଏହି ମାମଲାରେ ଜାମିନ୍ ପ୍ରଦାନ କରିଛନ୍ତି । ଗତବର୍ଷ ଅକ୍ଟୋବର ୬ରେ ଅର୍ଚ୍ଚନା ନାଗ ଗିରଫ ହୋଇଥିଲେ । ବେଆଇନ୍ କାର୍ଯ୍ୟକଳାପ ଓ କଳାଟଂକା ମାମଲା ସାମ୍ନାକୁ ଆସିବା ପରେ ଇଡି ଘଟଣାର ତଦନ୍ତ କରିଥିଲା । ପରେ ଡିସେମ୍ବର ୧୩ରେ ଇଡି ମଧ୍ୟ ତାଙ୍କୁ ଗିରଫ କରିଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା