() ଆଜି ଶପଥ ନେବେ ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ସାରଦା ପ୍ରସାଦ ନାୟକ ହେବେ ନୂଆ କ୍ୟାବିନେଟ ମନ୍ତ୍ରୀ । ଲୋକସେବା ଭବନର କନଭେନସନ ସେଣ୍ଟରରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ସକାଳ ୯ଟା ୫୦ ମିନିଟରେ ନୂଆମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶପଥପାଠ କରାଇବେ । ସମାରୋହରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସପ୍ତାହେ ତଳେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ । ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ପଦ ଛାଡ଼ିଥିଲେ । ସେହିପରି ସ୍ବର୍ଗତ ନବକିଶୋର ଦାସଙ୍କ ଦେହାନ୍ତ ପରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ପାଖରେ ସ୍ବାସ୍ଥ୍ୟ ବିଭାଗ ରହିଥିବା ବେଳେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା