ଆଜି ନିଜ ଘରକୁ ଫେରିବେ ଉତରକାଶୀ ସୁଡ଼ଙ୍ଗରୁ ଉଦ୍ଧାର ହୋଇଥବା ୪ ଓଡ଼ିଆ ଶ୍ରମିକ । ସେମାନେ ଶୁକ୍ରବାର ଠାରୁ ଓଡ଼ିଶା ଫେରିଥିବା ବେଳେ ଆଜି ନିଜ ଘରେ ପହଂଚିବେ । ପ୍ରଥମ ପର୍ଯ୍ୟାୟରେ ଭଗବାନ ଭତ୍ରା, ଧୀରେନ ନାୟକ, ରାଜୁ ନାୟକ ଏବଂ ବିଶ୍ୱେଶ୍ୱର ନାୟକ ଓଡ଼ିଶା ଫେରିଥିବା ବେଳେ ଭଦ୍ରକର ତପନ ମଣ୍ଡଳ ପରବର୍ତୀ ସମୟରେ ଓଡ଼ିଶା ଫେରିବେ । ଶ୍ରମ ମନ୍ତ୍ରୀ ସାରଦା ନାୟକ ସମସ୍ତ ଶ୍ରମିକଙ୍କ ସହ ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଥିଲେ । ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରମିକଙ୍କୁ ସ୍ୱାଗତ କରାଯାଥିଲା । ସମସ୍ତ ଶ୍ରମିକଙ୍କୁ ସୁରକ୍ଷିତ ପହଁଚାଇବାର ଦାୟିତ୍ୱ ନେଇଛନ୍ତି ସରକାର । ବିମାନ ବନ୍ଦରରୁ ଶ୍ରମିକମାନଙ୍କୁ ସର୍କିଟ ହାଉସକୁ ନିଆଯାଇଥିଲା । ସେଠାରେ ଶ୍ରମିକମାନେ ମଧ୍ୟାହ୍ନ ଭୋଜନ କରିଥିଲେ । ଏହାପରେ ଶ୍ରମିକ ମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବା ସହ ପ୍ରତିଟି ଶ୍ରମିକଙ୍କୁ ହିରୋ ବୋଲି କହିଛନ୍ତି । ପ୍ରତିକୂଳ ପରିସ୍ଥିତିରେ କିପରି ସେମାନେ ନିଜର ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି, ତାହା ପ୍ରେରଣାଦାୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ