ଆଉ କିଛି ମୁହୂର୍ତ୍ତର ଅପେକ୍ଷା । ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ ଉଦଘାଟନ । ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ବିଭିନ୍ନ କର୍ମ ଓ ପୂଜା ସହିତ ଆହୁତି ପ୍ରଦାନ କରାଯାଉଛି । ଯଜ୍ଞ ଶେଷରେ ପୂର୍ଣ୍ଣାହୁତି ପ୍ରଦାନ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଯଜ୍ଞ ଓ ଭକ୍ତିପୂତ ପରିବେଶରେ ସଂକୀର୍ତ୍ତନ ମଣ୍ଡଳୀଙ୍କ ପରିକ୍ରମା ମାର୍ଗ ପ୍ରଦକ୍ଷିଣ, ଜଗନ୍ନାଥ ଧାମ ପ୍ରତି ଆହୁରି ଆବେଗ ବଢ଼ାଇ ଦେଇଛି । ଶ୍ରୀମନ୍ଦିର ପରିକର୍ମା ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ପୂର୍ଣ୍ଣାହୁତି ଓ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇସାରିଲାଣି । ଏଥିପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ନିମନ୍ତ୍ରିତ ଅତିଥିମାନଙ୍କ ପାଇଁ କରାଯାଇଛି ବିଶେଷ ବ୍ୟବସ୍ଥା । ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ପରିକ୍ରମା ମାର୍ଗରେ ଚାଲିଛି ନାମ ସଂକୀର୍ତ୍ତନ । ଆଜି ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁ ଶୋଧନ, ଅଧିବାସ, ଫଳକ ପୂଜା କରାଯିବ । ପରେ ଅପରାହ୍ନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରାଯିବ । ଅପରାହ୍ନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ । ଅପରାହ୍ନ ୨ଟାରୁ ୨ଟା ୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ । ଅପରାହ୍ନ ୨ଟା ୩୦ରୁ ୩ଟା ପର୍ଯ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ । ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ । ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍ ଏବଂ ସାଉଣ୍ଡ ସୋର ବ୍ୟବସ୍ଥା କରାଯାଇଛି ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ