ଆସୁଛନ୍ତି ମହାମାୟା । ଉତ୍ସବମୁଖର ସାରା ରାଜ୍ୟ । ସଜେଇ ହୋଇସାରିଲାଣି ସୁଉଚ୍ଚ ତୋରଣ ଓ ଆଖି ଝଲସିଲା ପରି ମେଢ । ଆଜି ପୀଠେ ସପ୍ତମୀ, ମଣ୍ଡପରେ ଷଷ୍ଠୀ ପୂଜା । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ଏହି ସମୟରେ ବ୍ରତପୂଜା କରିବାର ବିଧି ରହିଛି । କାଲି ସପ୍ତମୀରେ ନଦୀରୁ ପବିତ୍ର ଜଳ ଅଣାଯାଇ ମଣ୍ଡପରେ ମା’ଙ୍କୁ ଚକ୍ଷୁଦାନ କରାଯିବ । ଏହାପରେ ରବିବାର ଅଷ୍ଟମୀ ପୂଜା ସହ ବ୍ରତ ପୂଜା କରାଯିବାର ପରମ୍ପରା ରହିଛି । ନବମୀରୁ ସନ୍ଧିପୂଜା ସହିତ ବଙ୍ଗୀୟ ମେଢ ଗୁଡିକରେ ସିନ୍ଦୁର ଖେଳ ହେବ । କିଛି ମଣ୍ଡପରେ ଆମିଷ ଭୋଗ କରାଯାଇ ଶ୍ରଦ୍ଧାଳୁଙ୍କୁ ବଣ୍ଟନ କରାଯାଏ । ଆଜି ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ କଟକ ଗଡଚଣ୍ଡୀ । ସେହିପରି ବଗଲାମୁଖୀ ବେଶରେ ସଜ୍ଜିତ ହେବେ କଟକ ଚଣ୍ଡି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ