ଆଜି ପୁରୀରେ ଅନୁଷ୍ଠିତ ହେବ ଗୋଷାଣି ମେଳଣ । ଆଶ୍ବିନ ମାସ ଶୁକ୍ଳ ପକ୍ଷ ପବିତ୍ର ଏକାଦଶୀ ତିଥିରେ ଶ୍ରୀକ୍ଷେତ୍ରରେ ପୂଜା ପାଉଥିବା ଗୋଷାଣି ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବସଭା ଅନୁଷ୍ଠିତ ହେବ । ବିଧି ଅନୁସାରେ ଶ୍ରୀମନ୍ଦିର ଉପରକୁ ଏକାଦଶୀ ମହାଦୀପ ଉଠିବା ପରେ ହେବ ମେଲାଣି ଉତ୍ସବ । ଶ୍ରୀକ୍ଷେତ୍ରରେ ଦୁର୍ଗାପୂଜା ଶେଷରେ ଭସାଣ ଉତ୍ସବର ରହିଛି ସ୍ବତନ୍ତ୍ରତା । ସବୁ ଦୁର୍ଗାମେଢ଼ ବା ଗୋଷାଣି ମେଢ଼ ଶ୍ରୀମନ୍ଦିର ସମ୍ମୁଖରେ ସମ୍ମିଳିତ ହୋଇ ଏକାଦଶୀ ମହାଦୀପ ଉଠିଲା ପରେ ବିସର୍ଜନ କରାଯାଇଥାଏ । ପରମ୍ପରା ଅନୁସାରେ ଗୋଷାଣି ବ୍ୟତୀତ ନାଗା ମେଢ଼ ଓ ଅନ୍ୟାନ୍ୟ ମେଢ଼ ମଧ୍ୟ ଦେଖିବାକୁ ମିଳିବ । ଜନସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । ସାହି କମିଟି ସହିତ ଆଲୋଚନା କରି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍