ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ । ଦିନ ୧୧ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିବେ । ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ । www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ । ଚଳିତ ବର୍ଷ ମେ’ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା । ଚଳିତବର୍ଷ ୫୫ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ଏଥିପାଇଁ ରାଜ୍ୟରେ ୪୪ଟି କେନ୍ଦ୍ର ସହ ରାଜ୍ୟ ବାହାରେ ୩ଟି କେନ୍ଦ୍ର କରାଯାଇଥିଲା । ତେବେ ଚଳିତବର୍ଷ ସମ୍ପୂର୍ଣ୍ଣ କମ୍ପ୍ୟୁଟର ବେସଡ୍ ମୋଡରେ ପରୀକ୍ଷା ହୋଇଥିଲା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍