The Topmost

“The eyes believe themselves, the ears believe other people.”

ଆଜି ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା

ଆଜି ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା । ପ୍ରକାଶ ପାଇଥିବା ଭୋଟର ତାଲିକା ୨୦୨୪ ଅନୁସାରେ, ରାଜ୍ୟରେ ମୋଟ୍ ଭୋଟରଙ୍କ ସଂଖ୍ୟା ୩ କୋଟି ୩୨ ଲକ୍ଷ ୩୬ ହଜାର ୩୬୦ ଜଣ । ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ କୋଟି ୬୮ ଲକ୍ଷ ୫୦ ହଜାର ୯୪୯ ଜଣ ଥିବା ବେଳେ, ମହିଳା ଭୋଟରଙ୍କ ସଂଖ୍ୟା ୧ କୋଟି ୬୩ ଲକ୍ଷ ୮୨ ହଜାର ୩୧ ଜଣ । ତୃତୀୟ ଲିଙ୍ଗ ଭୋଟରଙ୍କ ସଂଖ୍ୟା ରହିଛି ୩ ହଜାର ୩୮୦ । ରାଜ୍ୟରେ ୧୮ରୁ ୧୯ ବର୍ଷ ମଧ୍ୟରେ ଥିବା ଯୁବ ଭୋଟରଙ୍କ ସଂଖ୍ୟା ୭ ଲକ୍ଷ ୫୪ ହଜାର ୯୪୬ ରହିଛି । ମୋଟ ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟା ରହିଛି ୪ ଲକ୍ଷ ୫୭ ହଜାର ୮୨୧ । ନୂଆ ଭୋଟର ତାଲିକା ୨୦୨୪ରେ ମୋଟ ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ଭୋଟର ଯୋଡି ହୋଇଛନ୍ତି । ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନେଇ ସର୍ବଦଳୀୟ ବୈଠକ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ବୈଠକରେ ନିର୍ବାଚନ ସମ୍ପର୍କିତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶାବଳୀ ସମ୍ପର୍କରେ ଆଲୋଚନା କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ନିର୍ବାଚନ ଆୟୋଗ ସମସ୍ତ ରାଜନୈତିକ ଦଳଙ୍କ ଆଲୋଚନା ପରେ ନିର୍ବାଚନ ଇସ୍ତାହାର ପାଇଁ ନିୟମ ପ୍ରଣୟନ କରିଛନ୍ତି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି ।