ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ । ଦିନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ଘୋଷଣା କରାଯିବ । ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ସେପଟେ ଜୁନ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ଫଳାଫଳ । ଚଳିତବର୍ଷ ମୋଟ ୩ଲକ୍ଷ ୫୭ ହଜାର ୯୪୨ ଛାତ୍ରଛାତ୍ରୀ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗରେ ପରୀକ୍ଷା ଦେଇଛନ୍ତି । ଏଥିରେ ୧ ଲକ୍ଷ ୭୩ ହଜାର ୫୩୪ ଜଣ ଛାତ୍ର ଥିବା ବେଳେ, ଛାତ୍ରୀଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୮୪ ହଜାର ୪୦୮ । କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ, ବିଜ୍ଞାନରେ ୯୧ ହଜାର ୩୭୮, ବାଣିଜ୍ୟରେ ୨୩ ହଜାର ୧୪୮ ଜଣ ପିଲା ପରୀକ୍ଷା ଦେଇଛନ୍ତି ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା