ମଙ୍ଗଳବାର ପ୍ରଥମାଷ୍ଟମୀ । ମାର୍ଗଶୀର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ପରିବାରର ଜ୍ୟେଷ୍ଠ ସନ୍ତାନର ଦୀର୍ଘାୟୁ କାମନା କରି ଷଷ୍ଠୀ ଦେବୀଙ୍କର ପୂଜା କରାଯିବ । ଘରେ ଘରେ ଏଣ୍ଡୁରି ପିଠା ଓ ଆରିସା ପିଠା କରି ଷଷ୍ଠୀ ଦେବୀଙ୍କ ନିକଟରେ ସମର୍ପଣ କରି ପୋଢୁଆଁଙ୍କର ଶୁଭ ମନାସାଯିବ । ସେପେଟ ଶ୍ରୀମନ୍ଦିରରେ ବି ପୋଢୁଆଁ ହେବେ ମହାପ୍ରଭୁ । ଏଥିପାଇଁ ଗତକାଲି ମହାପ୍ରଭୁଙ୍କ ମାମୁଁଘର କଟକ ନିଆଳି ଶ୍ରୀମାଧବନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର । ଭାରରେ ରହିଛି ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ, ପାନ, ଗୁଆ, ଅଳେଇଚ, ଲବଙ୍ଗ ଇତ୍ୟାଦି । ମହାପ୍ରଭୁଙ୍କ ଗୋପାଳବଲ୍ଲଭ ପାଇଁ ଫଳମୂଳ, ତୁଳସୀ ଓ ପଦ୍ମଫୁଲ ମାଳ ମଧ୍ୟ ଆସିଛି । ପାଳିଆ ପୁଷ୍ପାଳକଙ୍କ ଦ୍ବାରା ଶ୍ରୀବିଗ୍ରହମାନଙ୍କୁ ନୂଆବସ୍ତ୍ର ଲାଗି କରାଯିବାର ପରମ୍ପରା ରହିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ