The Topmost

“The eyes believe themselves, the ears believe other people.”

ଆଜି ବାଙ୍କଚୁଡ଼ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଆଜି ପଞ୍ଚୁକର ଦ୍ୱିତୀୟ ଦିନ । ଦ୍ୱିତୀୟ ଦିନରେ ବାଙ୍କଚୁଡ଼ ବା ବାମନ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଏହାସହ ଗରୁଡ଼ ଉତଥାପନ ନୀତି ବି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ପଂଚକର ୫ ଦିନ ମହାପ୍ରଭୁ ୫ଟି ସ୍ୱତନ୍ତ୍ର ବେଶରେ ଦର୍ଶନ ଦେବେ । ଏହି କ୍ରମରେ ପ୍ରଥମ ଦିନରେ ବଡ଼ ଏକାଦଶୀରେ ମହାପ୍ରଭୁ ଲକ୍ଷ୍ମୀ-ନାରାୟଣ ତଥା ଠିଆକିଆ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ଆସନ୍ତାକାଲି ଡାଳିକିଆ ବା ତ୍ରିବିକ୍ରମ ବେଶ, ୨୬ ତାରିଖରେ ଲକ୍ଷ୍ମୀନୃସିଂହ ବେଶ ଓ ୨୭ ତାରିଖ କାର୍ତିକ ପୂର୍ଣ୍ଣିମାରେ ରାଜାଧିରାଜ ବେଶ ବା ସୁନାବେଶରେ ଶ୍ରୀଜିଉ ଭକ୍ତଙ୍କୁ ଦର୍ଶନ ଦେବେ । ଅନ୍ୟପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି, ପାଦ ନତାତିବା ପାଇଁ କାର୍ପେଟର ବ୍ୟବସ୍ଥା । ସେହିପରି ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ହେଲପ ଡେସ୍କ ଓ ବିଶ୍ରାମ ପାଇଁ ବ୍ୟବସ୍ଥା କରାଯାଇଛି ।