ଆଜି ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନରେ ଶଙ୍ଖଭବନରେ ବୈଠକ ବସିବ । ଏଥିରେ ସମସ୍ତ ବିଧାୟକ, ସାଂସଦଙ୍କ ସହ ଛାମୁଆ ସଂଗଠନ, କର୍ମକର୍ତ୍ତା, ଆମନ୍ତ୍ରିତ କର୍ମକର୍ତ୍ତା ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଯୋଗଦେଇ ଉଦବୋଧନ ଦେବା କାର୍ଯ୍ୟକ୍ରମ ରହିଛି । ଆସନ୍ତା ୨୬ ତାରିଖରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଦଳ ବ୍ୟାପକ ସାମାଜିକ କାର୍ଯ୍ୟକ୍ରମ ଆୟୋଜନ କରିବ। ଗଣଦୌଡ଼ ସହ ଜୀବନ ବିନ୍ଦୁ ରକ୍ତଦାନ ଶିବିର, ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ କରାଯିବ। ୨୬ ବର୍ଷ ଅବସରରେ ୨୬ ହଜାର ୟୁନିଟ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଛି। ଯୁବ ଓ ଛାତ୍ର କର୍ମକର୍ତ୍ତାଙ୍କ ନେତୃତ୍ବରେ କଟକ ଆନନ୍ଦ ଭବନରୁ ଶଙ୍ଖ ଭବନ ଯାଏଁ ସାଇକେଲ ରାଲି ଅନୁଷ୍ଠିତ ହେବ। ପ୍ରତି ବ୍ଲକ ଓ ନଗରରେ ସଭା ଜରିଆରେ ନବୀନ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଆଲୋଚନା ହେବ । ଅନ୍ୟପଟେ ରାଜ୍ୟରେ ମୁଁ ବି ହେବି ନବୀନ ଓଡ଼ିଶାର ସାରଥି କାର୍ଯ୍ୟକ୍ରମ ସଫଳ ହୋଇଛି। ପ୍ରତିନିର୍ବାଚନ ମଣ୍ଡଳୀରୁ ୨୦୦ ଲେଖାଏଁ ମୋଟ ୩୦ ହଜାର ସକ୍ରିୟ ସଦସ୍ୟଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। ଜୋନାଲରେ ୨ ଲକ୍ଷ ୮୦ ହଜାର କର୍ମକର୍ତ୍ତା ପ୍ରଶିକ୍ଷଣ ନେଇସାରିଲେଣି।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍