The Topmost

“The eyes believe themselves, the ears believe other people.”

ଆଜି ବିଶ୍ବ ପଖାଳ ଦିବସ

ଆଜି ବିଶ୍ବ ପଖାଳ ଦିବସ । ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ ପଖାଳ ଦିବସ ପାଳନ କରାଯାଇଥାଏ । ପ୍ରତି ଓଡ଼ିଆଙ୍କର ପ୍ରଥମ ପସନ୍ଦ ହେଉଛି ପଖାଳ । ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ । ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ । ଖରା ଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ । ପାଖରେ କିଛି ଥାଉ କି ନଥାଉ କଂସେ ପଖାଳ ସାଙ୍ଗକୁ ଲଙ୍କା ଓ ବଡ଼ିଚୁରା ଥିଲେ ଜମିଲା ପଖାଳ ଖାଇବା । ବିଶ୍ବର କୋଣ ଅନୁକୋଣରେ ବାସ କରୁଥିବା ପ୍ରତ୍ୟେକ ଓଡିଆ ଏହି ଦିନଟିକୁ ଚାହିଁ ବସିଥାନ୍ତି । ହେଲେ ଗାଁଠୁ ସହର ସବୁଠି ସବୁଦିନ ଲୋକେ ଖାଇଥାନ୍ତି ପଖାଳ । ପଖାଳର ମହତ୍ୱକୁ ପରପୀଢ଼ି ପାଖରେ ପହଞ୍ଚାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖରେ ପଖାଳ ଦିବସ ପାଳିତ ହେଉଛି ।