ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ । ଗତ ମଙ୍ଗଳବାର ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି । ମଙ୍ଗଳବାର ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ ମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନକୁ ବିଜେ କରାଇବେ । ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା ନୀତି କରିବେ । ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସୁସଜ୍ଜିତ କରାଯିବ । ଏହି ବେଶରେ ଶ୍ରୀଜିଉମାନେ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜା ଯାଇଥାଏ ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ