ଆଜି ମାଣ୍ଡିଆ ଦିବସ । ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ମିଲେଟ ମିଶନ ଏବେ ୩୦ ଜିଲ୍ଲାର ୧୭୭ ବ୍ଲକରେ କାର୍ଯ୍ୟକାରୀ ହେଉଛି । ପୋଷକ ତତ୍ତ୍ବରେ ଭରପୁର ରହିଛି ମାଣ୍ଡିଆ । ମାଣ୍ଡିଆକୁ ପରବର୍ତ୍ତୀ ପର୍ଯ୍ୟାୟରେ ପହଞ୍ଚାଇବା ସହ ପୂରା ବିଶ୍ବରେ ଏହାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ମାଣ୍ଡିଆ ଦିବସ ପାଳନ କରୁଛି ଓଡ଼ିଶା । ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ସ୍ବତନ୍ତ୍ର ପ୍ରୋତ୍ସାହନ ରାଜ୍ୟ ସରକାର ଯୋଗାଇ ଦେଉଛନ୍ତି । ଚାଉଳ ଓ ଗହମ ଭଳି ୧୫ଟି ଜିଲ୍ଲାରେ ରାସନରେ ମାଣ୍ଡିଆ ପ୍ରଦାନ କରାଯାଉଛି । ଏହାସହ ପ୍ରତି ଥାଳିରେ ମାଣ୍ଡିଆକୁ ବ୍ୟବହାର କରିବା ପାଇଁ ସ୍କୁଲର ମଧ୍ୟାହ୍ନଭୋଜନ, ଡାକ୍ତରଖାନା କ୍ୟାଣ୍ଟିନ, ସରକାରୀ କାର୍ଯ୍ୟାଳୟ ଓ ବୈଠକ, ହୋଟେଲ ମାନଙ୍କରେ ମାଣ୍ଡିଆକୁ ସାମିଲ କରାଯାଉଛି । ପୋଷକତତ୍ତ୍ବରେ ଭରା ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ଓଡ଼ିଶା ପ୍ରଥମ ରାଜ୍ୟଭାବେ ଅନ୍ତର୍ଜାତୀୟ ପୃଷ୍ଟିଶସ୍ୟ ସମ୍ମିଳନୀ ଆୟୋଜନ କରି ପୂରା ବିଶ୍ବର ଦୃଷ୍ଟି ଆକର୍ଷଣ କରୁଛି । ଅନ୍ତର୍ଜାତୀୟ ସମ୍ମିଳନୀର ଆଜି ଦ୍ବିତୀୟ ଦିନରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ରହିଛି ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା