ଆଜି ସଂସଦର ମୌସୁମୀ ଅଧିବେଶନର ଶେଷ ଦିନ । ଶେଷ ଦିନରେ କିଛି ପ୍ରସ୍ତାବ ଆଗତ ହେବା ସହ କିଛି ପ୍ରସ୍ତାବ ପାରିତ ହୋଇପାରେ । ଗତକାଲି କେନ୍ଦ୍ର ସରକାର ଦ୍ୱିତୀୟ ଥର ପାଇଁ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବକୁ ମାତ୍ ଦେଇଛନ୍ତି । ସଂସଦରେ ଆସ୍ଥା ରଖିବାକୁ ସକ୍ଷମ ହୋଇଛନ୍ତି କେନ୍ଦ୍ର ସରକାର । ବିରୋଧୀଙ୍କ ଅନୁପସ୍ଥିତରେ ହୋଇଥିବା ବାଚନିକ ଭୋଟିଂରେ ମୋଦି ସରକାର ଅନାସ୍ଥା ବିରୋଧରେ ବିଜୟ ହାସଲ କରିଛନ୍ତି । ବିରୋଧୀ ମେଣ୍ଟ ଇଣ୍ଡିଆର ସାଂସଦମାନେ ଅନୁପସ୍ଥିତ ଥିବାରୁ ବାଚନିକ ଭୋଟ ଦ୍ୱାରା ନିଷ୍ପତ୍ତି ନିଆଯାଇଥିଲା । ଏହି ବାଚନିକ ଭୋଟରେ ବିଜେପି ନେତୃତ୍ୱାଧୀନ ଏନଡିଏର ସବୁ ସାଂସଦ ସାମିଲ ହୋଇଥିଲେ । ଏଥିସହ ବିଜେଡି, ୱାଇଏସ୍ଆର କଂଗ୍ରେସ, ବିଏସପି, ଅକାଳୀ ଦଳ, ସ୍ବାଧୀନ ସାଂସଦ ସିମରନଜିତ ମାନ୍ ଓ ନବନୀତ ରାଣା ଉପସ୍ଥିତ ରହିଥିଲେ । ସେମାନଙ୍କ ଉପସ୍ଥିତରେ ଭୟସ ଭୋଟ ଦ୍ବାରା ଅନାସ୍ଥା ପ୍ରସ୍ତାବ ଉପରେ ନିଷ୍ପତ୍ତି ହୋଇଥିଲା ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ