ଆଜି ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ । ଏନେଇ ସାରା ଦେଶ ଉତ୍ସବ ପାଳନ କରୁଛି । ହଜାର ହଜାର ସାଧୁ, ସନ୍ଥ ଓ ଭକ୍ତଙ୍କ ସୁଅ ଛୁଟୁଛି ଅଯୋଧ୍ୟାକୁ । ଫୁଲ ଓ ଆଲୋକମାଳାରେ ଝଲସୁଛି ଅଯୋଧ୍ୟା ନଗରୀ । ମଧ୍ୟାହ୍ନ ୧୨ଟା ୧୫ରୁ ୧୨ଟା ୪୫ ମଧ୍ୟରେ ହେବ ପ୍ରାଣ ପ୍ରତିଷ୍ଠା ଉତ୍ସବ । ଗତ ୧୬ ତାରିଖରୁ ବିଭିନ୍ନ ଧାର୍ମିକ କାର୍ଯ୍ୟ ଆରମ୍ଭ ହୋଇଛି । ନିରାପତ୍ତା ଦୃଷ୍ଟିରୁ ସାରା ଅଯୋଧ୍ୟାରେ ପୋଲିସ ଓ ବିଭିନ୍ନ ବାହିନୀ ମୁତୟନ ହୋଇଛନ୍ତି । ଉତ୍ସବକୁ ନେଇ ଅଯୋଧ୍ୟାରେ ୧୩ ହଜାର ନିରାପତ୍ତା ରକ୍ଷୀଙ୍କୁ ମୁତୟନ କରାଯାଇଛି । ଉତ୍ସବରେ ସାମିଲ ହେବାକୁ ସୁପରଷ୍ଟାର ଅମିତାଭ ବଚ୍ଚନା, ଶିଳ୍ପପତି ମୁକେଶ ଅମ୍ବାନୀ, ଗୌତମ ଆଦାନୀ, କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର, ଏମଏସ ଧୋନିଙ୍କୁ ନିମନ୍ତ୍ରଣ କରାଯାଇଛି । ବିଭିନ୍ନ ସ୍ଥାନରେ ଆଣ୍ଟିବମ୍ବ ଓ ଡଗସ୍କ୍ୱାଡ ମୁତୟନ ହୋଇଛନ୍ତି । ଏନଡିଆରଏଫ ବି ମୁତୟନ ହୋଇଛନ୍ତି ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ