The Topmost

“The eyes believe themselves, the ears believe other people.”

ଆଜି ଶପଥ ନେବେ ଝାଡ଼ଖଣ୍ଡ ଟାଇଗର

ଆଜି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚମ୍ପଇ ସୋରେନ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ରାଜ୍ୟପାଳ ତାଙ୍କୁ ଆମନ୍ତ୍ରଣ କରିଛନ୍ତି । ସନ୍ଧ୍ୟାରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି । ଶପଥ ନେବାର ୧୦ ଦିନ ଭିତରେ ସେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ । ହେମନ୍ତ ସୋରେନଙ୍କ ଇସ୍ତଫା ପରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ପଦ ଖାଲି ପଡିଛି । ଜେଏମଏମ ପକ୍ଷରୁ ଚମ୍ପାଇଙ୍କୁ ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ସେ ରାଜ୍ୟପାଳଙ୍କୁ ଭେଟି ଦାବି ଜଣାଇଥିଲେ । ଚମ୍ପଇ ସୋରେନ ହେମନ୍ତ ସୋରେନଙ୍କ ଘନିଷ୍ଠ ହୋଇଥିବା ବେଳେ କ୍ୟାବିନେଟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଚମ୍ପଇ ଝାଡ଼ଖଣ୍ଡ ଟାଇଗର ଭାବେ ମଧ୍ୟ ବେଶ ପରିଚିତ ।

SHARE BY