() ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ବରରେ ପଡ଼ିଛନ୍ତି ଶ୍ରୀଜିଉ । ଅଣସର ଘରେ ଚାଲିଛି ଗୁପ୍ତସେବା । ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବାୟତ । ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀଅଙ୍ଗରେ ଲାଗି ହୋଇଛି ଫୁଲୁରୀ ତେଲ । ପୂର୍ବ ପରମ୍ପରା ଅନୁଯାୟୀ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଫୁଲୁରୀ ତେଲ ବଡ଼ଓଡ଼ିଆ ମଠ ଯୋଗାଇଦେଇଥିଲା । ରାଶିତେଲରେ ବିଭିନ୍ନ ପ୍ରକାର ଚେର, ଔଷଧୀୟ ଫୁଲ ମିଶାଇ ଗୋଟିଏ ବର୍ଷତଳୁ ମାଟିତଳେ ପୋତାଯାଇଥାଏ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସେବାୟତ ଏହି ଫୁଲୁରୀ ତେଲ ଲାଗି କରିଛନ୍ତି । ଆଜି ଷଷ୍ଠୀରେ ଲାଗି ହେବ ଓଷ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ବେହରଣ ଦ୍ବାର ଦେଇ ଦଇତାପତି ପ୍ରବେଶ କରି ଓଷ ଲାଗି କରିବେ । ଶ୍ରୀମନ୍ଦିର ରାଜବୈଦ୍ୟଙ୍କ ପରାମର୍ଶ କ୍ରମେ ପ୍ରଭୁଙ୍କ ଆୟୁର୍ବେଦ ପଦ୍ଧତିରେ ଚିକିତ୍ସା କରାଯାଉଥିବା ବେଳେ ଘନ ଅନ୍ଧକାର ମଧ୍ୟରେ ଅଣବସର ଗୁପ୍ତ ଚିକିତ୍ସା କରାଯାଉଛି ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା