ଆଜି ସରୁଛି ମଧ୍ୟପ୍ରଦେଶ ଓ ଛତିଶଗଡରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର । ଏହି ପର୍ଯ୍ୟାୟରେ ମଧ୍ୟପ୍ରଦେଶର ସମସ୍ତ ୨୩୦ ଓ ଛତିଶଗଡର ଅବଶିଷ୍ଟ ୭୦ଟି ଆସନରେ ଶୁକ୍ରବାର ଭୋଟ ହେବ । ଦୁଇଟିଯାକ ରାଜ୍ୟରେ କଂଗ୍ରେସ ଓ ବିଜେପି ମଧ୍ୟ କଡା ଟକ୍କର ଦେଖିବାକୁ ମିଳିଛି । ମଧ୍ୟପ୍ରଦେଶରେ ଗତକାଲି ଜୋରଦାର ପ୍ରଚାର ହୋଇଥିଲା । ଉଭୟ ବିଜେପି ଓ କଂଗ୍ରେସ ନିଜର ହେଭିୱେଟ ଚେହେରାଙ୍କୁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ପ୍ରଚାର କରିଥିବାବେଳେ ସେପଟେ କଂଗ୍ରେସର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ସାଂସଦ ରାହୁଲ ଗାନ୍ଧୀ, ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ମଧ୍ୟ ପ୍ରଚାର କରିଛନ୍ତି । ନିର୍ବାଚନୀ ପ୍ରଚାରରେ ଜୋରଦାର ହୋଇଛି ବୟାନବାଜି ।
“The eyes believe themselves, the ears believe other people.”
More Stories
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର
ସବୁଠୁ ବଡ ସମସ୍ୟା ମହିଳାଙ୍କ ସୁରକ୍ଷା- ସୁପ୍ରିୟା ଶ୍ରୀନେତ