ଆଜି ୭୭ତମ ସ୍ବାଧୀନତା ଦିବସ । ଉତ୍ସବ ପାଳୁଛି ସାରାଦେଶ । କାଶ୍ମୀରରୁ କନ୍ୟାକୁମାରୀ ଯାଏଁ ଫରଫର ଉଡ଼ୁଛି ତ୍ରିରଙ୍ଗା । ଦିଲ୍ଲୀର ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଉତ୍ତୋଳନ କରିଛନ୍ତି । ପତାକା ଉତ୍ତୋଳନ ପରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ଲଗାତାର ୧୦ମ ଥର ପାଇଁ ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାପରେ ପରେ ଦେଶର କୋଣ ଅନୁକୋଣରେ ପତାକା ଉତ୍ତୋଳନ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଲାଲକିଲ୍ଲାରେ ପତାକା ଉତ୍ତୋଳନ ସମାରୋହ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରାଇମ ଲୋକେସନରେ ପୋଲିସ, ଏନଆଇଏ ଟିମ୍ ଆଲର୍ଟରେ ରହିଛନ୍ତି । ସହର ସାରା ୧୦ହଜାରରୁ ଅଧିକ ପୋଲିସ କର୍ମୀ ମୁତୟନ କରାଯାଇଛି । ଆତଙ୍କବାଦୀ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ସିଷ୍ଟମ ଲଗାଯାଇଛି । ଜାମା ମସଜିଦ ବାହାରେ ବି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ