ଜେଲ୍ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କଲେ ବିଲକିସ ବାନୋ ଗଣଦୁଷ୍କର୍ମ ଦୋଷୀ। ସମସ୍ତ ୧୧ ଦୋଷୀ ଗୁଜରାଟ ଗୋଧ୍ରାର ଉପକାରାଗାରରେ ଆତ୍ମସମର୍ପଣ କରିଛନ୍ତି। ଗତକାଲି ରାତି ସାଢେ ୧୧ଟା ସମୟରେ ସମସ୍ତ ୧୧ ଦୋଷୀ ଗୁଜରାଟ ପଞ୍ଚମହଲ ଜିଲ୍ଲାର ଗୋଧ୍ରା ସବଜେଲରେ ସରେଣ୍ଡର କରିଛନ୍ତି। ସମସ୍ତ ଦୋଷୀଙ୍କୁ ୨୧ ତାରିଖ ସୁଦ୍ଧା ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ। ଦୁଇଟି ଘରୋଇ ଗାଡିରେ ଆସି ସମସ୍ତ ଦୋଷୀ ଜେଲରେ ଆତ୍ମସମର୍ପଣ କରିଛନ୍ତି । ସମସ୍ତ ଦୋଷୀ ୨୦୦୨ ମସିହାର ବହୁଚର୍ଚ୍ଚିତ ବିଲକିସ ବାନୋ ଗଣଦୁଷ୍କର୍ମ ସହ ତାଙ୍କ ପରିବାର ଲୋକଙ୍କୁ ହତ୍ୟାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଚଳିତ ମାସ ୮ ତାରିଖରେ ସୁପ୍ରିମକୋର୍ଟ ଏହି ମାମଲାରେ ସମସ୍ତ ଦୋଷୀଙ୍କ ରାଜକ୍ଷମାକୁ ଖାରଜ କରି ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସରେଣ୍ଡର ସମୟ ସୀମା ବୃଦ୍ଧି କରିବା ଲାଗି ଅଭିଯୁକ୍ତମାନେ ଯେଉଁ ଆବେଦନ କରିଥିଲେ ତାହାକୁ ଖାରଜ କରିଥିଲେ ସର୍ବୋଚ୍ଚ ଅଦାଲତ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ