ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଭାରତ ଯୋଡୋ ନ୍ୟାୟ ଯାତ୍ରା ସମୟରେ ଆସାମର ମଜୁଲିରେ ବିଜେପିକୁ ଟାର୍ଗେଟ କରିଛନ୍ତି । ଆଦିବାସୀଙ୍କୁ ଜଙ୍ଗଲରେ ସୀମିତ ରଖିବାକୁ ଏବଂ ସେମାନଙ୍କୁ ଶିକ୍ଷା ତଥା ଅନ୍ୟାନ୍ୟ ସୁବିଧାଠାରୁ ଦୂରରେ ରଖିବାକୁ ବିଜେପି ଚାହୁଁଥିବା କହିଛନ୍ତି ରାହୁଲ । ସାଧାରଣ ସଭାରେ ସମ୍ବୋଧିତ କରି ରାହୁଲ ଗାନ୍ଧୀ କହିଛନ୍ତି, କଂଗ୍ରେସ ଆଦିବାସୀଙ୍କୁ ଅଧିକାର ଦେଇଥିଲା । ରାହୁଲ ଏହା ମଧ୍ୟ କହିଛନ୍ତି ଯେ, ଆମେ ଆପଣଙ୍କୁ ଆଦିବାସୀ ବୋଲି କହୁଛୁ, ଏହାର ଅର୍ଥ ମୂଳ ନିବାସୀ । କିନ୍ତୁ ବିଜେପି ଆପଣଙ୍କୁ ବନବାସୀ ବୋଲି କହିଥାଏ, ଅର୍ଥାତ୍ ଜଙ୍ଗଲରେ ରହୁଥିବା ଲୋକ । ରାଜ୍ୟ ବିଜେପି ସରକାରଙ୍କୁ ଦୋଷ ଦେଇ ରାହୁଲ କହିଛନ୍ତି, ବିଜେପି ଆଦିବାସୀମାନଙ୍କୁ ଜଙ୍ଗଲରେ ସୀମିତ ରଖିବାକୁ ଚାହୁଁଛି ଏବଂ ସେମାନଙ୍କ ପିଲାମାନଙ୍କୁ ସ୍କୁଲ, ବିଶ୍ୱବିଦ୍ୟାଳୟ ଯିବା, ଇଂରାଜୀ ଶିଖିବା ଏବଂ ବ୍ୟବସାୟ କରିବାର ସୁଯୋଗରୁ ବଞ୍ଚିତ କରିବାକୁ ଚାହୁଁଛି । କିନ୍ତୁ ଆମେ ଚାହୁଁଛୁ, ଆପଣଙ୍କର ଯାହା ଅଛି ଆପଣଙ୍କୁ ଫେରାଇ ଦିଆଯାଉ । ଆପଣଙ୍କର ଜଳ, ଜମି ଏବଂ ଜଙ୍ଗଲ ଆପଣଙ୍କର ହେବା ଉଚିତ୍ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ