ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନର ଶିଳାନ୍ୟାସ । ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଧ୍ୟାତ୍ମିକ ପରିବେଶରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ଶିଳାନ୍ୟାସ ପରେ ଯଜ୍ଞ ପୂର୍ଣ୍ଣାହୁତିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ । ଏହି ପ୍ରକଳ୍ପ ପାଇଁ ଜମି ଦେଇଥିବା ୧୦୧ ସେବାୟତ ଓ ଅନ୍ୟ ପରିବାରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ ପୂର୍ବରୁ ସମସ୍ତ କାର୍ଯ୍ୟର ସମୀକ୍ଷା କରିଥିଲେ 5T ସଚିବ ଭିକେ ପାଣ୍ଡିଆନ । ଯଜ୍ଞସ୍ଥଳୀରେ ପହଞ୍ଚି ପ୍ରଥମ ଶିଳା ସ୍ଥାନକୁ ନିରୀକ୍ଷଣ କରି ଯଜ୍ଞ ସ୍ଥଳୀ ଯାଇଥିଲେ । ସେଠାରେ ସମସ୍ତ ବ୍ୟବସ୍ଥାକୁ ତଦାରଖ କରିଥିଲେ । ପ୍ରକଳ୍ପ କାର୍ଯ୍ୟ ନେଇ ଉପଦେଷ୍ଟା କମିଟି ଅଧ୍ୟକ୍ଷଙ୍କ ସହ ଟିକନିକ ଆଲୋଚନା କରିଥିଲେ 5T ସଚିବ । ସବୁ ବ୍ୟବସ୍ଥାର ଯାଞ୍ଚ କରିଥିଲେ 5T ସଚିବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ