ଆରପାରିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସ । ୮୨ ବର୍ଷ ବୟସରେ କଟକ ସ୍ଥିତ ବାସଭବନରେ ଦେହାନ୍ତ ହୋଇଥିବା ସୂଚନା । ସେ ଓଲିଉଡ଼ ଜଗତର ଜଣେ ଜଣାଶୁଣା ଚେହେରା । ତାଙ୍କ ମୃତ୍ୟୁରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା