ଆସୁଛି ଲଘୁଚାପ । ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତାକାଲିଠୁ ୬ ତାରିଖରେ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛ । କାଲିଠୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ବର୍ଷା ସହ ପାଗରେ ଆସିବ ପରିବର୍ତ୍ତନ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁରୁ ଦୁର୍ବଳ ପ୍ରବାହ ଯୋଗୁ ରାଜ୍ୟରେ କିଛି ଦିନ ହେବ ବର୍ଷାର ମାତ୍ରା କମ୍ ରହିଥିବା ବେଳେ ତାପମାତ୍ରାରେ ବି ବୃଦ୍ଧି ଘଟିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ