ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ତିନିଟି ସ୍ଥାନ- କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବେ । ପରେ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିର କଞ୍ଚୁଡ଼ୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ନବୀନ । ଶେଷରେ ଛତ୍ରପୁରରେ ଏକ ସଭାରେ ଯୋଗଦେଇ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍