ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ । ଦିନ ୧୧ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପ୍ରକାଶ କରିବେ। ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ । www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ । ଚଳିତ ବର୍ଷ ମେ ୮ରୁ ୧୨ତାରିଖ ହୋଇଥିଲା ପରୀକ୍ଷା। ଚଳିତବର୍ଷ ୫୫ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିପାଇଁ ରାଜ୍ୟରେ ୪୪ ଟି କେନ୍ଦ୍ର ସହ ରାଜ୍ୟ ବାହାରେ ୩ଟି କେନ୍ଦ୍ର କରାଯାଇଥିଲା । ରାଜ୍ୟରେ ଥିବା ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ପଢ଼ିବା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଦେଇଥାନ୍ତି ଛାତ୍ରଛାତ୍ରୀ । ତେବେ ଚଳିତବର୍ଷ ସମ୍ପୂର୍ଣ୍ଣ କମ୍ପ୍ୟୁଟର ବେଶଡ ମୋଡ୍ ରେ ହୋଇଥିଲା ପରୀକ୍ଷା ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା