ଆସନ୍ତାକାଲି ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୪ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏନେଇ ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କଟକ, ଢେଙ୍କାନାଳ, ସମ୍ବଲପୁର, ଅନୁଗୁଳ, ଯାଜପୁର ଓ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଓ ୬ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ବର୍ଷା ଚାଷ କାର୍ଯ୍ୟରେ ସହାୟତା କରିବ ହେଲେ ତଳିଆ ଅଞ୍ଚଳରେ ପାଣି ପଶିବାର ଆଶଙ୍କା ଥିବାରୁ ସତର୍କ କରାଇଛି ପାଣିପାଗ ବିଭାଗ । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ଦେବଗଡ଼, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ