ସଜେଇ ହେଉଛି ମା’ ସମଲେଶ୍ୱରୀଙ୍କ ପୀଠ । ଆସନ୍ତାକାଲି ସମଲେଇ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ପରିକ୍ରମା ପ୍ରକଳ୍ପ ପରେ ଏହା ରାଜ୍ୟ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ । ପଶ୍ଚିମ ଓଡ଼ିଶାର ଆରାଧ୍ୟ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି । ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି । ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଦିଆଯାଇଛି ଗୁରୁତ୍ୱ । ସୁନ୍ଦର ଢଙ୍ଗରେ ସଜେଇ ହୋଇଛି ମା’ ସମଲେଶ୍ୱରୀ ମନ୍ଦିର । ରଙ୍ଗ ବେରଙ୍ଗ ଆଲୋକ ମାଳାରେ ସଜେଇ ହୋଇଛି ସମଲେଶ୍ୱରୀ ପୀଠ । ଏହା ପୂର୍ବରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୩୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ । ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ୍ ବ୍ୟବସ୍ଥା ମଧ୍ୟ କରାଯାଇଛି । ଲୋକାର୍ପଣ ଦିନ ସନ୍ଧ୍ୟାରେ ସାଂସ୍କୃତିକ ତଥା ଆଧ୍ୟାତ୍ମିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ତେବେ କାଲି ଉଦଘାଟନ ଉତ୍ସବ ପାଇଁ ସକାଳ ୯ଟାରୁ ମଧ୍ୟାହ୍ନ ୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ସେପଟେ ଆରମ୍ଭ ହୋଇଯାଇଛି କଳସ ଯାତ୍ରା । ମହାନଦୀ ମାରୱାଡ଼ି ଘାଟରୁ ଉଠିଲା ୧୧ଶହ କଳସ । ସମ୍ବଲପୁରର ବିଭିନ୍ନ ସ୍ଥାନରୁ ଆସି ସ୍ୱତଃପ୍ରବୃତ ଭାବେ ଏହି କଳସ ଯାତ୍ରାରେ ସାମିଲ ହୋଇଛନ୍ତି ମହିଳାମାନେ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା